Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 26:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯେବେ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,

Faic an caibideil Dèan lethbhreac

ଓଡିଆ ବାଇବେଲ

4 ପୁଣି, ତୁମ୍ଭେ ସେମାନଙ୍କୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,

Faic an caibideil Dèan lethbhreac

ପବିତ୍ର ବାଇବଲ

4 ପୁଣି ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ବ୍ୟବସ୍ଥାନୁସାରେ ଗ୍ଭଲିବ ଓ ଆମ୍ଭର ବାକ୍ୟ ପ୍ରତି ଧ୍ୟାନ ଦେବ।

Faic an caibideil Dèan lethbhreac




ଯିରିମୀୟ 26:4
22 Iomraidhean Croise  

ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍‍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;


ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”


ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।’”


ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।


ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।


ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି।


ତୁମ୍ଭେମାନେ ଧୂପ ଜ୍ୱଳାଇଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ରବରେ ମନୋଯୋଗ କରି ନାହଁ, ପୁଣି ତାହାଙ୍କର ବ୍ୟବସ୍ଥା ବିଧି ଓ ପ୍ରମାଣ-ବାକ୍ୟାନୁସାରେ ଆଚରଣ କରି ନାହଁ; ଏଥିପାଇଁ ଆଜିର ସଦୃଶ୍ୟ ଏହି ଅମଙ୍ଗଳ ତୁମ୍ଭମାନଙ୍କ ପ୍ରତି ଘଟିଅଛି।”


ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା!


ଏନିମନ୍ତେ ମୁଁ ଆଜି ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ଯେଉଁ ବିଧି ଓ ଶାସନ ରଖିଲି, ସେସବୁ ମାନ୍ୟ କରି ପାଳନ କରିବ।


କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ।


ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ;


ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି?


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।


Lean sinn:

Sanasan


Sanasan