Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 27:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ଅନନ୍ତର ମୁଁ ସେହି ସମସ୍ତ ବାକ୍ୟ ଯିହୁଦାର ରାଜା ସିଦିକିୟକୁ କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ରଖ ଓ ତାହାର ଏବଂ ତାହାର ଲୋକମାନଙ୍କର ସେବା କର। ତହିଁରେ ତୁମ୍ଭେମାନେ ବଞ୍ଚିବ।

Faic an caibideil Dèan lethbhreac




ଯିରିମୀୟ 27:12
11 Iomraidhean Croise  

ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।”


ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ।”


ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରିଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ।


ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।


ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍‍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍‍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,


“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ।


ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।


ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ, ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।


Lean sinn:

Sanasan


Sanasan