Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 27:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍‍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

15 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ,ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍‍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।’”

Faic an caibideil Dèan lethbhreac

ପବିତ୍ର ବାଇବଲ

15 ପୁଣି ସଦାପ୍ରଭୁ କହନ୍ତି, ‘ମୁଁ ସେହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପଠାଇବି ନାହିଁ। ସେମାନେ ମିଥ୍ୟା ପ୍ରଗ୍ଭର କରନ୍ତି ଓ ମୋ’ ନାମରେ ତାହା ପ୍ରଗ୍ଭର କରନ୍ତି। ତେଣୁ ମୁଁ ତୁମ୍ଭମାନଙ୍କୁ ତଡ଼ି ଦେବି ଓ ତୁମ୍ଭେମାନେ ବିନଷ୍ଟ ହେବ, ତୁମ୍ଭେମାନେ ଓ ସେହି ପ୍ରଗ୍ଭରକ ଭବିଷ୍ୟ‌ଦ୍‌ବକ୍ତାଗଣ ବିନଷ୍ଟ ହେବ।’”

Faic an caibideil Dèan lethbhreac




ଯିରିମୀୟ 27:15
27 Iomraidhean Croise  

ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, “ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? କ୍ଷାନ୍ତ ହୁଅ! କାହିଁକି ମାଡ଼ ଖାଇବ?” ଏଥିରେ ଭବିଷ୍ୟଦ୍‍ବକ୍ତା କ୍ଷାନ୍ତ ହୋଇ କହିଲା, “ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।”


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


ପୁଣି, ହେ ପଶ୍‍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍‍ବକ୍ତାଗଣଠାରୁ ଦେଶଯାକରେ ଅଧାର୍ମିକତା ବ୍ୟାପିଅଛି।”


“ଆମ୍ଭେ ଏହି ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।


କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହି ସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।


କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।


ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’


ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।”


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।


Lean sinn:

Sanasan


Sanasan