Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 27:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ଵାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ଦଣ୍ତ ଦେବା।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।’

Faic an caibideil Dèan lethbhreac

ପବିତ୍ର ବାଇବଲ

8 “‘ପୁଣି ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲ ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେ ଦେଶକୁ ତାହାର ହସ୍ତରେ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭର ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।

Faic an caibideil Dèan lethbhreac




ଯିରିମୀୟ 27:8
15 Iomraidhean Croise  

ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।”


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।


ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’”


ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍‍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ?


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’”


ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ବିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।


ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍‍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;


ପୁଣି, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍‍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?


Lean sinn:

Sanasan


Sanasan