ଯିରିମୀୟ 27:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ; Faic an caibideilପବିତ୍ର ବାଇବଲ (Re-edited) - (BSI)9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ ଓ ସ୍ଵପ୍ନଦର୍ଶକମାନେ ଓ ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ-ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ; Faic an caibideilଓଡିଆ ବାଇବେଲ9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ; Faic an caibideilପବିତ୍ର ବାଇବଲ9 କିନ୍ତୁ ତୁମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କର, ତୁମ୍ଭର ଦିବ୍ୟଦ୍ରଷ୍ଟାମାନଙ୍କର, ତୁମ୍ଭର ସ୍ୱପ୍ନଦ୍ରଷ୍ଟାମାନଙ୍କର, ତୁମ୍ଭର ଗ୍ଭଟୁକାରମାନଙ୍କର କିଅବା ତୁମ୍ଭର ଯାଦୁକରମାନଙ୍କର କଥା ଶୁଣିବା ଉଚିତ୍ ନୁହେଁ, ଯେଉଁମାନେ ତୁମ୍ଭକୁ କହନ୍ତି, “ତୁମ୍ଭେ ବାବିଲୋନ୍ର ରାଜାଙ୍କର ସେବା କରିବା ଉଚିତ୍ ନୁହେଁ।” Faic an caibideil |
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।