Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 28:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି; “କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”

Faic an caibideil Dèan lethbhreac

ପବିତ୍ର ବାଇବଲ

4 ପୁଣି ଯିହୋୟାକୀ‌‌‌ମ୍‌‌‌ର ପୁତ୍ର ଯିହୁଦାର ରାଜା ଯିହୋୟାଖୀ‌‌‌ନ୍‌‌‌କୁ ଓ ଯିହୁଦାର ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା।’ ଏହା ସଦାପ୍ରଭୁ କହନ୍ତି, ‘କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।’”

Faic an caibideil Dèan lethbhreac




ଯିରିମୀୟ 28:4
20 Iomraidhean Croise  

ତୁମ୍ଭେ ଖଡ୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ଡାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ।”


ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।


କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।


ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।


ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ‘ଆମ୍ଭେ ଦାସ୍ୟକର୍ମ କରିବା ନାହିଁ;’ କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।


ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମ ଦେଶ ଆଉ ଦେଖିବ ନାହିଁ।


“ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍‍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;


ବାବିଲର ରାଜା ନବୂଖଦ୍‍ନିତ୍ସର, ଯିହୋୟାକୀମ୍‍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍‍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।


“ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍‍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା।


ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।


ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ିନେଇ ତାହା ଭାଙ୍ଗି ପକାଇଲା।


“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ।


ଯିହୋୟାଖୀନ୍‍ ରାଜା ଓ ରାଜମାତା ଓ ନପୁଂସକଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ,


ଯିରିମୀୟ ଭବିଷ୍ୟଦ୍‍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକମାନଙ୍କର, ଭବିଷ୍ୟଦ୍‍ବକ୍ତାଗଣଙ୍କ ଓ ସମସ୍ତ ଲୋକମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ।


ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।


ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା।”


Lean sinn:

Sanasan


Sanasan