Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 28:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯେଉଁ ଭବିଷ୍ୟଦ୍‍ବକ୍ତା ଶାନ୍ତିର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍‍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇଅଛନ୍ତି ବୋଲି ଜଣା ପଡ଼େ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇ ଅଛନ୍ତି ବୋଲି ଜଣା ପଡ଼େ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଯେଉଁ ଭବିଷ୍ୟଦ୍‍ବକ୍ତା ଶାନ୍ତିର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍‍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇ ଅଛନ୍ତି ବୋଲି ଜଣା ପଡ଼େ।”

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଯେଉଁ ଭବିଷ୍ୟ‌ଦ୍‌ବକ୍ତା ଶାନ୍ତିର ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରେ ସେହି ଭବିଷ୍ୟ‌ଦ୍‌ବକ୍ତାର ବାକ୍ୟ ସଫଳ ହେଲା ପରେ ସିନା ସଦାପ୍ରଭୁ ତାହାକୁ ପ୍ରକୃତରେ ପଠାଇ ଅଛନ୍ତି ବୋଲି ଜଣାପଡ଼େ।”

Faic an caibideil Dèan lethbhreac




ଯିରିମୀୟ 28:9
9 Iomraidhean Croise  

ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ‘ସେହି ସବୁ ପୁନଃନିର୍ମିତ ହେବ,’ ‘ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;’


ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ! ଦେଖ, ‘ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍‍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।’”


ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”


ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।


ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।


ପୁଣି, ଏହା ଯେତେବେଳେ ଘଟିବ, ଦେଖ, ଘଟିବାର ନିକଟ ହେଲାଣି, ସେତେବେଳେ ସେମାନଙ୍କ ମଧ୍ୟରେ ଯେ ଜଣେ ଭବିଷ୍ୟଦ୍‍ବକ୍ତା ଥିଲେ, ଏହା ସେମାନେ ଜାଣିବେ।”


ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ‘ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା?’


କୌଣସି ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍‍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।”


Lean sinn:

Sanasan


Sanasan