Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 29:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍‍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର ଓ ଶୀସ୍ ଶଦ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;

Faic an caibideil Dèan lethbhreac

ଓଡିଆ ବାଇବେଲ

18 ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍‍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;”

Faic an caibideil Dèan lethbhreac

ପବିତ୍ର ବାଇବଲ

18 ଆମ୍ଭେ ଯିରୁଶାଲମସ୍ଥ ଅବିଷ୍ଟ ଲୋକମାନଙ୍କ ନିମନ୍ତେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା। ସେମାନେ ଏକ ବସ୍ତୁ ହେବେ, ଯାହାକୁ କି ଦେଶ ଅଭିଶାପର ବୀଭିଷିକାର ଓ ଶୀସ୍ ଶବ୍ଦର ବସ୍ତୁରୂପେ ବ୍ୟବହାର କରିବ। ଆଉ ସେମାନେ ପୃଥିବୀବାସୀଙ୍କ ନିକଟରେ ଲଜ୍ଜାର ଏକ ବିଷୟ ହେବେ

Faic an caibideil Dèan lethbhreac




ଯିରିମୀୟ 29:18
38 Iomraidhean Croise  

ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍‍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।


ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ।


ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;


ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।


ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍‍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।


ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍‍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍‍ ଶବ୍ଦ କରିବ।


ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।”


ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।


ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”


ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ବିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।


ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।


ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।


ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।


ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ସଦୃଶ୍ୟ ଉତ୍ସନ୍ନ ଓ ବିସ୍ମୟଜନକ, ଅଭିଶପ୍ତ ଓ ନିବାସୀବିହୀନ ହୋଇଅଛି।


ଆଉ, ଯେତେବେଳେ ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶ ମଧ୍ୟରେ ସେମାନଙ୍କୁ ଏଣେତେଣେ ବିକ୍ଷିପ୍ତ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି, ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା।


ଆଉ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲୁ ଓ ସେମାନେ ନାନା ଦେଶରେ ବିକ୍ଷିପ୍ତ ହେଲେ; ସେମାନଙ୍କର ଆଚରଣ ଅନୁସାରେ ଓ ସେମାନଙ୍କର କ୍ରିୟାନୁସାରେ ଆମ୍ଭେ ସେମାନଙ୍କର ବିଚାର କଲୁ।


ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;


ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ୍ଗରୁ ରକ୍ଷା ପାଇବେ।


ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍‍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।


“କାରଣ ଦେଖ, ଆମ୍ଭେ ଆଜ୍ଞା କରିବା ଓ ଆମ୍ଭେ ଯାବତୀୟ ଗୋଷ୍ଠୀ ମଧ୍ୟରେ ଇସ୍ରାଏଲ ବଂଶକୁ ଚାଲୁଣୀର ଶସ୍ୟକୁ ଚଲାଇବା ପରି ଚଲାଇବା, ତଥାପି ଏକ କଣିକା ଭୂମିରେ ପଡ଼ିବ ନାହିଁ।


କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।


ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।”


ପୁଣି, ହେ ଯିହୁଦା ବଂଶ ଓ ଇସ୍ରାଏଲ ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।”


ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ।


ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।”


ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।


ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।


ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।


Lean sinn:

Sanasan


Sanasan