ଯିରିମୀୟ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମିନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ। Faic an caibideilଓଡିଆ ବାଇବେଲ12 ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ;’ କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।’” Faic an caibideilପବିତ୍ର ବାଇବଲ12 ତେଣୁ ହେ ଯିରିମିୟ, ତୁମ୍ଭେ ଉତ୍ତର ଦିଗଆଡ଼େ ଯାଇ ଏହି କଥା ପ୍ରଗ୍ଭର କର ଏବଂ କୁହ, “‘ହେ ବିପଥଗାମିନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଫେରି ଆସ, ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ। ଆମ୍ଭେ ଦୟାବାନ,’ କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।’ Faic an caibideil |
କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।”
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।