Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ଵାରା ଦେଶ ଅଶୁଚି କରିଅଛ ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନ ସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 “ନିଷ୍ଫଳ ପର୍ବତକୁ ଦେଖ। କେଉଁଠାରେ ତୁମ୍ଭେ ବ୍ୟଭିଗ୍ଭର କରି ନାହଁ? ଯେପରି ଜଣେ ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେହିପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ। ଆଉ ତୁମ୍ଭେ ଆପଣା ଅବିଶ୍ୱାସନୀୟତା ଓ ଦୁଷ୍କର୍ମ ଦ୍ୱାରା ଦେଶକୁ ‘ଅଶୁଚି’ କରିଅଛ।

Faic an caibideil Dèan lethbhreac




ଯିରିମୀୟ 3:2
22 Iomraidhean Croise  

ତହିଁରେ ତାମର ବିଧବା ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ।


ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।


ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍‍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍‍କମ୍‍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ।


ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍‍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା।


ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ।


ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ।


ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ।


ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ‘ଆମ୍ଭେ ଦାସ୍ୟକର୍ମ କରିବା ନାହିଁ;’ କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।


‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;


ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।


ଲୋକେ କହନ୍ତି, ‘କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ?’ ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ!


ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।


ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ-ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇଅଛନ୍ତି।


ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।


ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।’


ପୁଣି, ତୁମ୍ଭେ ଆପଣା ବସ୍ତ୍ରର କିଛି କିଛି ନେଇ ଆପଣା ପାଇଁ ନାନା ରଙ୍ଗରେ ଭୂଷିତ ଉଚ୍ଚସ୍ଥଳୀ ନିର୍ମାଣ କଲ ଓ ତହିଁ ଉପରେ ବ୍ୟଭିଚାର କ୍ରିୟା କଲ; ଏପରି କାର୍ଯ୍ୟ ହେବ ନାହିଁ, କିଅବା ହେବାର ହିଁ ଉଚିତ ନୁହେଁ।


କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।


ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’


ଆଉ, ସେ ନର୍କ-ଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲା।


ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।


Lean sinn:

Sanasan


Sanasan