Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, ବିପଥଗାମିନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ଯିହୁଦାରେ ଯୋଶିୟ ରାଜାଙ୍କ ଶାସନ କାଳରେ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମିନୀ ଇସ୍ରାଏଲ ଯାହା କରିଅଛ, ତାହା କ’ଣ ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ଯାଇ ବ୍ୟଭିଗ୍ଭର କରିଅଛି।

Faic an caibideil Dèan lethbhreac




ଯିରିମୀୟ 3:6
24 Iomraidhean Croise  

କାରଣ ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ମୂଳେ ଆପଣାମାନଙ୍କ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ନିର୍ମାଣ କଲେ;


ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ।


ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।


ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।


ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେହି ସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ।


ଆମୋନ୍‍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।


ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।


ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍‍ପୂର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି।


ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।


ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”


ସଦାପ୍ରଭୁ କହନ୍ତି, ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ବିଶ୍ୱାସଘାତକତା କରିଅଛନ୍ତି।


ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍‍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।


ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଆପଣା ଉଚ୍ଚସ୍ଥାନ ନିର୍ମାଣ କରୁଅଛ ଓ ପ୍ରତ୍ୟେକ ଛକରେ ମଞ୍ଚ ପ୍ରସ୍ତୁତ କରୁଅଛ; ପୁଣି, ତୁମ୍ଭେ ବେଶ୍ୟା ପରି ନ ହୋଇ ଭଡ଼ା ତୁଚ୍ଛ କରିଅଛ।


ଏହେତୁ ହେ ବେଶ୍ୟା, ସଦାପ୍ରଭୁଙ୍କର ବାକ୍ୟ ଶୁଣ;


କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।


ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା କ୍ରିୟା ଅପେକ୍ଷା ତାହାର ବେଶ୍ୟା କ୍ରିୟା ଅଧିକ ଥିଲା।


ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ରକନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ।


ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।


ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍‍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି।


ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତାମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ।


Lean sinn:

Sanasan


Sanasan