Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମିନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ଆଉ ଆମ୍ଭେ ଦେଖିଲୁ ବିପଥଗାମିନୀ ଇସ୍ରାଏଲ ବ୍ୟଭିଗ୍ଭର କରିବା ହେତୁ ଆମ୍ଭେ ତାକୁ ଛାଡ଼ପତ୍ର ଦେଲେ ହେଁ, ତାହା ବିଶ୍ୱାସଘାତିନୀ ଭଉଣୀ ଯିହୁଦା ଭୟ କଲା ନାହିଁ। ସେ ମଧ୍ୟ ଯାଇ ବ୍ୟଭିଗ୍ଭର କଲା।

Faic an caibideil Dèan lethbhreac




ଯିରିମୀୟ 3:8
20 Iomraidhean Croise  

ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।


ଲୋକେ କହନ୍ତି, ‘କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ?’ ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ!


“ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।


“ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।


ପୁଣି, ଶମରୀୟା ତୁମ୍ଭର ବଡ଼ ଭଗିନୀ, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ଉତ୍ତର ଦିଗରେ ବାସ କରେ; ଆଉ, ସଦୋମ ତୁମ୍ଭର ସାନ ଭଗିନୀ, ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି।


ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେ କରି, ତୁମ୍ଭେ ଆପଣାର ସମସ୍ତ ଆଚାରବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।


ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।


ପୁଣି, ଲୋକେ ଯେପରି ବେଶ୍ୟା ସହ ଶୟନ କରନ୍ତି, ସେହିପରି ସେମାନେ ତାହା ସହ ଶୟନ କଲେ; ଏହି ପ୍ରକାରେ ସେମାନେ ଅହଲା ଓ ଅହଲୀବା, ଏହି ଲମ୍ପଟା ସ୍ତ୍ରୀମାନଙ୍କ ସହ ଶୟନ କଲେ।


ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍‍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ।


କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;


କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଅବିଶ୍ୱସ୍ତ ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ।


ମାତ୍ର ସେହି ଶେଷ ସ୍ୱାମୀ ଯଦି ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରିଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ୱାମୀ ଯେବେ ମରେ;


Lean sinn:

Sanasan


Sanasan