Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 30:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କୌଣସି ପୁରୁଷର ପ୍ରସବବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 କୌଣସି ପୁରୁଷର ପ୍ରସବ ବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବ ବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟୀଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?

Faic an caibideil Dèan lethbhreac

ଓଡିଆ ବାଇବେଲ

6 କୌଣସି ପୁରୁଷର ପ୍ରସବ ବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବ ବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ ?

Faic an caibideil Dèan lethbhreac

ପବିତ୍ର ବାଇବଲ

6 “ପ୍ରତ୍ୟେକ ଲୋକଙ୍କୁ ପଗ୍ଭରି ବୁଝ, ସେମାନେ କ’ଣ ପ୍ରସବ ବେଦନା ପାଉଛନ୍ତି? ତାହା ନ ହେଲେ ପ୍ରତ୍ୟେକ ପୁରୁଷ କାହିଁକି ପ୍ରସବ ବେଦନା ପାଇଲା ପରି ଆପଣା କଟିଦେଶରେ ହସ୍ତ ରଖିଛନ୍ତି ଓ ପ୍ରତ୍ୟେକଙ୍କର ମୁଖ ମଳିନ ପଡ଼ିଛି କାହିଁକି?

Faic an caibideil Dèan lethbhreac




ଯିରିମୀୟ 30:6
19 Iomraidhean Croise  

ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।


ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।


ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; “ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ହେବ ନାହିଁ।


ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?


ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।”


କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ଛିତ ହେଲା।”


କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।


ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”


ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବକାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।


ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।


ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।


ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍‍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।


ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ-ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ।


ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ; ସମସ୍ତଙ୍କର ମୁଖ ମଳିନ।


ସେ (ନୀନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


Lean sinn:

Sanasan


Sanasan