Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 30:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।’

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଆଉ ସେମାନେ ବିଦେଶୀମାନଙ୍କର ସେବା କରିବେ ନାହିଁ। ସେମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କୁ ସେବା କରିବେ। ଆଉ ସେମାନଙ୍କ ପାଇଁ ପଠାଇଥିବା ରାଜା ଦାଉଦଙ୍କର ସେବା କରିବେ।

Faic an caibideil Dèan lethbhreac




ଯିରିମୀୟ 30:9
14 Iomraidhean Croise  

ହେ ପ୍ରଭୋ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ?


ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।


କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।


ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?


ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ-ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟବିଚାର ଓ ଧର୍ମ ପ୍ରଚଳିତ କରିବେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।


“ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”


ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,


ତାହାଙ୍କ ବଂଶରୁ ଈଶ୍ବର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍‍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି।


ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏହି ବିଷୟରେ ସେ ଏହି ପ୍ରକାର କହିଅଛନ୍ତି, “‘ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା।’


ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବା ପାଇଁ ଈଶ୍ବର ତାହାଙ୍କ ନିକଟରେ ଶପଥ କରି ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ।


Lean sinn:

Sanasan


Sanasan