Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 32:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଏହା କହୁଅଛ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, ତୁମ୍ଭେ କାହିଁକି ଭବିଷ୍ୟଦ୍ ବାକ୍ୟ ପ୍ରଚାର କରି ଏହା କହୁଅଛ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଏହା କହୁଅଛ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଯିହୁଦାର ରାଜା ସିଦିକିୟ ଯିରିମିୟଙ୍କୁ ବନ୍ଦୀ କରିଥିଲେ। କାରଣ ସେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କହିଥିଲେ ଯେ, “ସଦାପ୍ରଭୁ କହନ୍ତି, ‘ଆମ୍ଭେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ହସ୍ତରେ ଯିରୁଶାଲମକୁ ଅର୍ପଣ କରିବା।

Faic an caibideil Dèan lethbhreac




ଯିରିମୀୟ 32:3
23 Iomraidhean Croise  

ପୁଣି, ସେହି ଆହସ୍‌ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ।


ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାର ବହନ କର୍ମରେ ଯାଅ।”


ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଗ୍ରାସ କରିଅଛି।


ତହିଁରେ ଯିରିମୀୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସିଦିକୀୟକୁ ଏହି କଥା କହିବ;


ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।


ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା।


ପୁଣି, ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ତୁମ୍ଭେ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।


ସେହି ସମୟରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ଗତାୟାତ କରୁଥିଲେ; କାରଣ ସେମାନେ ତାଙ୍କୁ କାରାଗାରରେ ବନ୍ଦୀ କରି ନ ଥିଲେ।


ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।”


ସଦାପ୍ରଭୁ ଏହି କଥା କହନ୍ତି, “ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।”


ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।”


ଏବଦ୍‍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,


ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।


ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।


ମାତ୍ର ବେଥେଲ୍‍ରେ ପୁନର୍ବାର ଆଉ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”


ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ?


Lean sinn:

Sanasan


Sanasan