ଯିରିମୀୟ 32:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)30 କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ଵାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି। Faic an caibideilଓଡିଆ ବାଇବେଲ30 କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି,” ଏହା ସଦାପ୍ରଭୁ କହନ୍ତି। Faic an caibideilପବିତ୍ର ବାଇବଲ30 ପୁଣି ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ ଓ ଯିହୁଦାର ସନ୍ତାନଗଣ ତାହା ସେମାନଙ୍କ ବାଲ୍ୟକାଳରୁ କରି ଆସୁଛନ୍ତି। ଇସ୍ରାଏଲ ସନ୍ତାନଗଣ ନିଜ ହସ୍ତକୃତ ପ୍ରତିମା ପୂଜା କରି କେବଳ ଆମ୍ଭକୁ ବିରକ୍ତ କରିଛନ୍ତି।” ଏହା ସଦାପ୍ରଭୁ କହନ୍ତି। Faic an caibideil |
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।