Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 32:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନୋହିବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ନୋହିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।

Faic an caibideil Dèan lethbhreac

ଓଡିଆ ବାଇବେଲ

40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।

Faic an caibideil Dèan lethbhreac

ପବିତ୍ର ବାଇବଲ

40 “‘ପୁଣି ସେମାନଙ୍କର ମଙ୍ଗଳ ପାଇଁ ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ। ଏହିପରି ଭାବରେ ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା। ସେମାନେ ଯେପରି ଆମ୍ଭଠାରୁ ଦୂରେଇ ନ ଯିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତରରେ ସ୍ଥାପନ କରିବା।

Faic an caibideil Dèan lethbhreac




ଯିରିମୀୟ 32:40
27 Iomraidhean Croise  

ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବ; ସେହି ସମୟରେ ବୃଷ୍ଟି ଉତ୍ତାରେ ନିର୍ମଳ କିରଣ ଦ୍ୱାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ।


ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।


ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।


କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।


ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।


ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”


ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’


ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।


ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦାକାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା।


ଆଉ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଆଉ ଲୁଚାଇବା ନାହିଁ; କାରଣ ଆମ୍ଭେ ଇସ୍ରାଏଲ ବଂଶ ଉପରେ ନିଜ ଆତ୍ମା ଢାଳିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା।


ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।”


ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।”


ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;


ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ।


କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି।


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।


Lean sinn:

Sanasan


Sanasan