Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 32:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍‍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ‘ଅନାଥୋତ୍‍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୂମର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ଵାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ‘ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍‍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋତ୍‍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।”’”

Faic an caibideil Dèan lethbhreac

ପବିତ୍ର ବାଇବଲ

7 ‘ହେ ଯିରିମିୟ, ତୁମ୍ଭ ପିତୃବ୍ୟ ଶଲ୍ଲୂମର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋ‌‌‌ତ୍‌‌‌ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ନିଜ ପାଇଁ କ୍ରୟ କର। କାରଣ ତୁମ୍ଭେ ମୋର ଅତି ନିକଟ ସମ୍ପର୍କୀୟ ଓ ତୁମ୍ଭର କ୍ରୟ କରିବାର ସମ୍ପୂର୍ଣ୍ଣ ଅଧିକାର ଅଛି।”’

Faic an caibideil Dèan lethbhreac




ଯିରିମୀୟ 32:7
15 Iomraidhean Croise  

ଏଥିମଧ୍ୟରେ ସଦାପ୍ରଭୁ ଅହୀୟଙ୍କୁ କହିଲେ, “ଦେଖ, ଯାରବୀୟାମଙ୍କର ଭାର୍ଯ୍ୟା ଆପଣା ପୁତ୍ର ବିଷୟ ପଚାରିବା ପାଇଁ ତୁମ୍ଭ ନିକଟକୁ ଆସୁଅଛି; କାରଣ ସେ ପୀଡ଼ିତ ଅଛି; ତାହାକୁ ତୁମ୍ଭେ ଏପରି ଏପରି କହିବ; କାରଣ ସେ ଆସିବା ବେଳେ ଆପଣାକୁ ଅନ୍ୟ ସ୍ତ୍ରୀ ପରି ଦେଖାଇବ।”


ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍‍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍‍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ;


ଏହେତୁ “ଅନାଥୋତ୍‍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ;


ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;


ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍‍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।


ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।


ଆଉ, ତୁମ୍ଭେମାନେ ଆପଣାମାନଙ୍କ ଅଧିକୃତ ଦେଶର ସମସ୍ତ ଭୂମି ମୁକ୍ତ କରିବାକୁ ଦେବ।


ଯଦି ତୁମ୍ଭର ଭ୍ରାତା ଦରିଦ୍ର ହୋଇ ଆପଣା ଅଧିକାରରୁ କିଛି ବିକ୍ରୟ କରେ, ତେବେ ତାହାର ମୁକ୍ତିକର୍ତ୍ତା ନିକଟସ୍ଥ ଜ୍ଞାତି ଆସି ଆପଣା ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ।


ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।


କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ; ଅବା ଯଦି ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି-ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।


Lean sinn:

Sanasan


Sanasan