Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 33:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,’ ବୋଲି କହୁଅଛ, ସେଠାରେ, ଅର୍ଥାତ୍‍, ଧ୍ୱଂସିତ, ନରଶୂନ୍ୟ, ନିବାସୀବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ଧ୍ଵଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ, ବୋଲି କହୁଅଛ, ସେଠାରେ, ଅର୍ଥାତ୍, ଧ୍ଵଂସିତ, ନରଶୂନ୍ୟ, ନିବାସୀବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ

Faic an caibideil Dèan lethbhreac

ଓଡିଆ ବାଇବେଲ

10 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,’ ବୋଲି କହୁଅଛ, ସେଠାରେ, ଅର୍ଥାତ୍‍, ଧ୍ୱଂସିତ, ନରଶୂନ୍ୟ, ନିବାସୀ ବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ

Faic an caibideil Dèan lethbhreac

ପବିତ୍ର ବାଇବଲ

10 “ତୁମ୍ଭେମାନେ କହୁଅଛ, ‘ଏହି ସ୍ଥାନ ନରଶୂନ୍ୟ ଓ ପଶୁଶୂନ୍ୟ ହୋଇ ଏକ ଧ୍ୱଂସିତ ନଗର ହେବ।’ ମାତ୍ର ଏହି ସ୍ଥାନ ଖୁବ୍ ଶୀଘ୍ର କୋଳାହଳପୂର୍ଣ୍ଣ ହେବ।

Faic an caibideil Dèan lethbhreac




ଯିରିମୀୟ 33:10
9 Iomraidhean Croise  

କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।


ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।


‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।


ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ‘ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ତାହା ବାବିଲର ରାଜାର ହସ୍ତରେ ଅର୍ପିତ ହୋଇଅଛି,’ ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;


ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।


ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”


ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।


ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କ ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟ ଜ୍ଞାନ କରିବେ।


“ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି?


Lean sinn:

Sanasan


Sanasan