Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 33:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

24 ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କି ଅଗ୍ରାହ୍ୟ କରିଅଛନ୍ତି। ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

24 “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

24 “ସେ କହନ୍ତି ହେ ଯିରିମିୟ, ଲୋକେ ଯାହା କହୁଛନ୍ତି ତୁମ୍ଭେ କେବେ ତାହା ବିବେଚନା କରିଛ? ସେମାନେ କହନ୍ତି, ‘ସଦାପ୍ରଭୁ ଆପଣା ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି। ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି।” ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ରହିବେ ନାହିଁ।’”

Faic an caibideil Dèan lethbhreac




ଯିରିମୀୟ 33:24
29 Iomraidhean Croise  

ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।


ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”


କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;


କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।


ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।


ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ।”


ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ, ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା।


ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘାʼ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।


“ଯଦି ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।


ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରିଦେବା,” ଏହା ସଦାପ୍ରଭୁ କହନ୍ତି।


ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‌ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”


କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି।


ଲୋକେ ସେମାନଙ୍କୁ ଡାକି କହିଲେ, “ହେ ଅଶୁଚି ଲୋକମାନେ, ଦୂର ହୁଅ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ!” ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, “ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।”


ଆଉ, ଅମ୍ମୋନ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭର ଧର୍ମଧାମ ଅପବିତ୍ରୀକୃତ ହେବା ବେଳେ ତାହା ବିରୁଦ୍ଧରେ ଓ ଇସ୍ରାଏଲ ଦେଶ ଧ୍ୱଂସିତ ହେବା ବେଳେ ତାହା ବିରୁଦ୍ଧରେ; ଆଉ, ଯିହୁଦା ବଂଶ ବନ୍ଦୀ ହୋଇ ଯିବା ବେଳେ ସେମାନଙ୍କ ବିରୁଦ୍ଧରେ, ଭଲ ହେଲା, ଭଲ ହେଲା, ବୋଲି ତୁମ୍ଭେ କହିଅଛ;


“ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର ସହର କହିଅଛି, ‘ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;’


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ‘ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀସକଳ ଆମ୍ଭମାନଙ୍କର ଅଧିକୃତ ହେଲା,’


ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେହି ସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ‘ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି।’


ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।


ଆଉ, ସେହି ଦେଶରେ ଇସ୍ରାଏଲର ସକଳ ପର୍ବତ ଉପରେ ଆମ୍ଭେ ଏମାନଙ୍କୁ ଏକ ଗୋଷ୍ଠୀ କରିବା ଓ ଏକ ରାଜା ଯେ ସମସ୍ତଙ୍କର ରାଜା ହେବେ, ପୁଣି, ସେମାନେ ଆଉ ଦୁଇ ଗୋଷ୍ଠୀ ନୋହିବେ, କିଅବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ହେବେ ନାହିଁ।


Lean sinn:

Sanasan


Sanasan