Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 33:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‌ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

26 ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।

Faic an caibideil Dèan lethbhreac

ଓଡିଆ ବାଇବେଲ

26 ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”

Faic an caibideil Dèan lethbhreac

ପବିତ୍ର ବାଇବଲ

26 ତାହାହେଲେ ଆମ୍ଭେ ଯାକୁବର ବଂଶଧର ଏବଂ ଆମ୍ଭର ସେବକ ଦାଉଦର ବଂଶଧରଗଣଙ୍କୁ ଅବ୍ରହାମ, ଇ‌‌ସ୍‌‌ହାକ ଓ ଯାକୁବର ବଂଶଧରଗଣ ଉପରେ ଶାସକରୂପେ ମନୋନୀତ କରିବାକୁ ପ୍ରତ୍ୟାଖାନ କରିବା କି? ଏହା ହେବ ନାହିଁ, କାରଣ ଆମ୍ଭେ ସେମାନଙ୍କର ପୂର୍ବ ଅବସ୍ଥା ସ୍ଥାପନ କରିବା ଓ ସେମାନଙ୍କ ଉପରେ କୃପା କରିବା।”

Faic an caibideil Dèan lethbhreac




ଯିରିମୀୟ 33:26
17 Iomraidhean Croise  

ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।


ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ।


ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।


କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।


ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା, ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।


ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।


ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।


ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି:


ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରିଦେବା,” ଏହା ସଦାପ୍ରଭୁ କହନ୍ତି।


“ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍‍ଯୋଗୀ ହେବା।


ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”


ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”


ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।


କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ବର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି।


Lean sinn:

Sanasan


Sanasan