Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 34:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ;’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ; ମାତ୍ର ତୁମ୍ଭ-ମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

14 ‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ; ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

14 ଆମ୍ଭେ ସେମାନଙ୍କୁ କହିଥିଲୁ, ‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବୀକ୍ରିତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାଙ୍କୁ ମୁକ୍ତ କରିବ।’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭର ବାକ୍ୟ ଶୁଣିଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ।

Faic an caibideil Dèan lethbhreac




ଯିରିମୀୟ 34:14
28 Iomraidhean Croise  

ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍‍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।


ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ତାଙ୍କ ରାଜଭୃତ୍ୟ, ତାଙ୍କ ଅଧିପତି, ତାଙ୍କର ସେନାପତି, ତାଙ୍କ ରଥ ଓ ଅଶ୍ୱାରୋହୀମାନଙ୍କ ଉପରେ ଅଧ୍ୟକ୍ଷ ଥିଲେ।


ଆଉ, ଏବେ ତୁମ୍ଭେମାନେ ଯିହୁଦାର ଓ ଯିରୂଶାଲମର ସନ୍ତାନସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ଓ ବନ୍ଧାଦାସୀ କରି ରଖିବାକୁ ମନସ୍ଥ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କʼଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସ୍ୱକୃତ ଅପରାଧ ନାହିଁ?


ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।


ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,


କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର।


କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି।


ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।


ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ? ତୁମ୍ଭେ କି ସେମାନଙ୍କର ବିଚାର କରିବ? ସେମାନଙ୍କ ପୂର୍ବପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,


ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।


ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;


ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।”


ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ?


ପ୍ରତି ସାତ ବର୍ଷର ଶେଷରେ ତୁମ୍ଭେ ଋଣ କ୍ଷମା କରିବ।


ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଓ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ।


“ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ,” ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ।


Lean sinn:

Sanasan


Sanasan