Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 34:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେସମୟରେ ବାବିଲ ରାଜାର ସୈନ୍ୟ ଯିରୂଶାଲମ ବିରୁଦ୍ଧରେ ଓ ଯିହୁଦାର ଅବଶିଷ୍ଟସକଳ ନଗର ଅର୍ଥାତ୍‍ ଲାଖୀଶ୍‍ ଓ ଅସେକା ବିରୁଦ୍ଧରେ ଯୁଦ୍ଧ କରୁଥିଲେ; କାରଣ ଯିହୁଦା ଦେଶସ୍ଥ ନଗରସମୂହ ମଧ୍ୟରେ ଏହି ଦୁଇଟି ମାତ୍ର ପ୍ରାଚୀର-ବେଷ୍ଟିତ ନଗର ଅବଶିଷ୍ଟ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଯେଉଁ ସମୟରେ ବାବିଲ ରାଜାର ସୈନ୍ୟ ଯିରୂଶାଲମ ବିରୁଦ୍ଧରେ ଓ ଯିହୁଦାର ଅବଶିଷ୍ଟ ସକଳ ନଗର ବିରୁଦ୍ଧରେ, ଲାଖୀଶ ଓ ଅସେକା ବିରୁଦ୍ଧରେ ଯୁଦ୍ଧ କରୁଥିଲେ; କାରଣ ଯିହୁଦା ଦେଶସ୍ଥ ନଗରସମୂହ ମଧ୍ୟରେ ଏହି ଦୁଇଟିମାତ୍ର ପ୍ରାଚୀରବେଷ୍ଟିତ ନଗର ଅବଶିଷ୍ଟ ଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ସେସମୟରେ ବାବିଲ ରାଜାର ସୈନ୍ୟ ଯିରୂଶାଲମ ବିରୁଦ୍ଧରେ ଓ ଯିହୁଦାର ଅବଶିଷ୍ଟ ସକଳ ନଗର ଅର୍ଥାତ୍‍ ଲାଖୀଶ୍‍ ଓ ଅସେକା ବିରୁଦ୍ଧରେ ଯୁଦ୍ଧ କରୁଥିଲେ; କାରଣ ଯିହୁଦା ଦେଶସ୍ଥ ନଗରସମୂହ ମଧ୍ୟରେ ଏହି ଦୁଇଟି ମାତ୍ର ପ୍ରାଚୀରବେଷ୍ଟିତ ନଗର ଅବଶିଷ୍ଟ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ସେତେବେଳେ ବାବିଲ ରାଜାର ସୈନ୍ୟ ଯିରୁଶାଲମ ବିରୁଦ୍ଧରେ, ଯିହୁଦାର ଅବଶିଷ୍ଟ ସକଳ ନଗର ବିରୁଦ୍ଧରେ ଓ ଲାଖୀଶ ଏବଂ ଅସେକା ବିରୁଦ୍ଧରେ ଯୁଦ୍ଧ କରୁଥିଲେ। କାରଣ ଯିହୁଦା ଦେଶର ନଗର ସମୂହ ମଧ୍ୟରେ ଏହି ଦୁଇଟି ମାତ୍ର ପ୍ରାଚୀର ବେଷ୍ଟିତ ନଗର ଅବଶିଷ୍ଟ ଥିଲା।

Faic an caibideil Dèan lethbhreac




ଯିରିମୀୟ 34:7
18 Iomraidhean Croise  

ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍‍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।


ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍‍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍‍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍‍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।


ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।


ତହିଁରେ ଅଶୂରର ରାଜା ରବ୍‍ଶାକିକୁ ମହାସୈନ୍ୟ ସହିତ ଲାଖୀଶ୍‍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା। ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।


ତହୁଁ ଯିହୁଦାର ନଗରସମୂହ ଓ ଯିରୂଶାଲମ ନିବାସୀଗଣ ଯେଉଁ ଦେବଗଣ ନିକଟରେ ଧୂପ ଜ୍ୱଳାନ୍ତି, ସେମାନଙ୍କ ନିକଟକୁ ଯାଇ ଆର୍ତ୍ତସ୍ୱର କରିବେ; ମାତ୍ର ସେମାନେ ସେହି ବିପଦ ସମୟରେ ସେମାନଙ୍କୁ କିଛି ଉଦ୍ଧାର କରିବେ ନାହିଁ।


ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା:


ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; “ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, ‘ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।’


ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀର-ବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।


ହେ ଲାଖୀଶ୍‍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।


ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେଉଁ ସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ସମସ୍ତ ନଗର-ଦ୍ୱାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗର-ଦ୍ୱାରରେ ସେ ତୁମ୍ଭକୁ ଅବରୋଧ କରିବ।


ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍‍ ରାଜାର ଓ ଯର୍ମୂତର କିରାମ୍‍ ରାଜାର ଓ ଲାଖୀଶ୍‍ର ଯାଫୀୟ ରାଜାର ଓ ଇଗ୍ଲୋନ୍‍ର ଦବୀର ରାଜାର ନିକଟକୁ କହି ପଠାଇଲା,


ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍‍ର ରାଜା ଓ ଇଗ୍ଲୋନ୍‍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠିଯାଇ ଗିବୀୟୋନ୍‍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।


ଯର୍ମୂତର ରାଜା, ଏକ; ଲାଖୀଶ୍‍ର ରାଜା, ଏକ;


ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା


ଲାଖୀଶ୍‍ ଓ ବସ୍କତ୍‍ ଓ ଇଗ୍ଲୋନ୍‍;


Lean sinn:

Sanasan


Sanasan