Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 37:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇ ଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇ ଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ହେ ଯିହୁଖଲ ଓ ସିଫନିୟ, ଯିହୁଦାର ରାଜା ସିଦିକିୟ ଆମ୍ଭକୁ ପଗ୍ଭରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି, ତୁମ୍ଭେମାନେ ତାଙ୍କୁ ଯାଇ କହିବ, ଦେଖ, ତୁମ୍ଭମାନଙ୍କ ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟମାନେ ଆସିଛନ୍ତି, ସେମାନେ ନିଜ ଦେଶ ମିଶରକୁ ଫେରିଯିବେ।

Faic an caibideil Dèan lethbhreac




ଯିରିମୀୟ 37:7
22 Iomraidhean Croise  

ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲେ ଯେ ଯିହୁଦା-ରାଜା ଯୋଶୀୟ, ତାଙ୍କୁ ତୁମ୍ଭେମାନେ କହିବ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭର ଶ୍ରୁତ ବାକ୍ୟ ବିଷୟରେ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ବିରୁଦ୍ଧରେ ଓ ତହିଁର ନିବାସୀମାନଙ୍କ ବିରୁଦ୍ଧରେ ଯେସକଳ ବାକ୍ୟ କହିଅଛୁ, ଅର୍ଥାତ୍‍, ସେମାନେ ଯେ ଧ୍ୱଂସର ଓ ଅଭିଶାପର ପାତ୍ର ହେବେ,


ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ମିସରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।


ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।


ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍‍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?


ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।


ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ।


ସିଦିକୀୟ ରାଜା ଯେଉଁ ସମୟରେ ମଲ୍‍କୀୟର ପୁତ୍ର ପଶ୍‍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,


“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।


ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇ କହିଲା, “ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।”


ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍‍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ।


ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବକାଳର ମନୋହର ବିଷୟସବୁ ସ୍ମରଣ କରୁଅଛି। ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ।


ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।


ପୁଣି, ଅନେକ ଲୋକଙ୍କୁ ଉଚ୍ଛିନ୍ନ କରିବା ପାଇଁ ସେମାନେ ଯେତେବେଳେ ବନ୍ଧ ବାନ୍ଧିବେ ଓ ଗଡ଼ ନିର୍ମାଣ କରିବେ, ସେତେବେଳେ ଫାରୋ ଆପଣାର ପରାକ୍ରାନ୍ତ ସୈନ୍ୟସାମନ୍ତ ଓ ମହାସୈନ୍ୟଦଳ ଦ୍ୱାରା ଯୁଦ୍ଧରେ ତାହାର ସାହାଯ୍ୟ କରିବ ନାହିଁ।


ଆଉ, ଇସ୍ରାଏଲ ବଂଶ ମିସରୀୟମାନଙ୍କର ଅନୁସରଣ କରିବା ପାଇଁ ଫେରିବା ବେଳେ ମିସର, ସେମାନଙ୍କର ଅପରାଧ ସ୍ମରଣାର୍ଥକ ବିଶ୍ୱାସଭୂମି ଆଉ ହେବ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ୍ଗ ଖସାଇ ପକାଇବା।


Lean sinn:

Sanasan


Sanasan