Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 38:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ଯେବେ ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।’”

Faic an caibideil Dèan lethbhreac

ପବିତ୍ର ବାଇବଲ

18 ଆଉ ଯଦି ତୁମ୍ଭେ ବାହାରି ବାବିଲ ରାଜାଙ୍କ ଅଧିପତିମାନଙ୍କ ଅଧୀନତା ସ୍ୱୀକାର ନ କରିବ, ତେବେ ଏହି ନଗର କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ଏହାକୁ ଦ‌ଗ୍‌ଧ କରିବେ। ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।’”

Faic an caibideil Dèan lethbhreac




ଯିରିମୀୟ 38:18
20 Iomraidhean Croise  

ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍‍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରିଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା।


କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।


ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।


ପୁଣି, କଲ୍‍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।’


ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍‍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”


ସଦାପ୍ରଭୁ ଏହି କଥା କହନ୍ତି, “ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।”


ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍‍, ନେର୍ଗଲ ଶରେତ୍ସର, ସମ୍‍ଗର-ନବୋ, ଶର୍ସଖୀମ୍‍, ରବ୍‍ସାରୀସ୍‍, ନେର୍ଗଲ ଶରେତ୍ସର, ରବମାଗ୍‍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।


ପୁଣି, କଲ୍‍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।


ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍‍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେହି ସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ।


ମାତ୍ର ସେ ଅଶ୍ୱଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା। ସେ କି କୃତକାର୍ଯ୍ୟ ହେବ? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବ?


Lean sinn:

Sanasan


Sanasan