Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 38:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ତୁମ୍ଭର ସୁହୃଦ୍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

22 ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦ୍‍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’

Faic an caibideil Dèan lethbhreac

ପବିତ୍ର ବାଇବଲ

22 ଦେଖନ୍ତୁ, ଯିହୁଦାର ରାଜଗୃହରେ ଯେତେ ସ୍ତ୍ରୀଲୋକ ଅବଶିଷ୍ଟ ଅଛନ୍ତି, ସେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ଏହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ବନ୍ଧୁମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି, ଆଉ ଏବେ ତୁମ୍ଭର ପାଦ ପଙ୍କରେ ନିମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’

Faic an caibideil Dèan lethbhreac




ଯିରିମୀୟ 38:22
22 Iomraidhean Croise  

ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି;


ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।


ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।


ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି।


ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ “ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର” ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।


ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?


କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।”


ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍‍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।”


ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍‍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।”


ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:


ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍‍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଅହୀକାମ୍‍‍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।


ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟାଗଣକୁ ଓ ଯେ ପ୍ରତ୍ୟେକ ଲୋକକୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ,


ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।


ଆମ୍ଭେ ସେମାନଙ୍କୁ ଉଦ୍‍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି।


ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା।”


ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।


ସେ ଊର୍ଦ୍ଧ୍ୱରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋʼ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇ ଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନସାରା ମୂର୍ଚ୍ଛିତ କରିଅଛନ୍ତି।


ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।


ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।


ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।


Lean sinn:

Sanasan


Sanasan