Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 38:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ଅଧିପତିମାନେ ରାଜାକୁ କହିଲେ, ଆମ୍ଭେମାନେ ବିନୟ କରୁଅଛୁ , ଏହି ଲୋକର ପ୍ରାଣଦଣ୍ତର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ତେଣୁ ସେହି ଅଧିପତିଗଣ ରାଜାଙ୍କୁ କହିଲେ, “ଆମ୍ଭେମାନେ ଅନୁରୋଧ କରୁଅଛୁ, ଏହି ଯିରିମିୟକୁ ମୃତ୍ୟୁଦଣ୍ଡ ହେଉ। କାରଣ ସେ ଏହି ନଗରର ଅବଶିଷ୍ଟ ଯୋଦ୍ଧାମାନଙ୍କୁ ଏହି ପ୍ରକାର କଥା କହି ନିରୁତ୍ସାହିତ କରୁଅଛି। ପୁଣି ସେ ଏହି ଲୋକମାନଙ୍କର ମଙ୍ଗଳ ଗ୍ଭହୁଁ ନାହିଁ, ବରଂ ସେମାନଙ୍କର ଅମଙ୍ଗଳ ଗ୍ଭହୁଁଛି।”

Faic an caibideil Dèan lethbhreac




ଯିରିମୀୟ 38:4
25 Iomraidhean Croise  

ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରି କରିଅଛ।


ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।


ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।


ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି” ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।


ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାର ବହନ କର୍ମରେ ଯାଅ।”


ଏହେତୁ “ଅନାଥୋତ୍‍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ;


ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।


ତହିଁରେ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”


ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।


ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”


ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯଦି ଅଧିପତିମାନେ ଶୁଣନ୍ତି ଓ ତୁମ୍ଭ ନିକଟକୁ ଆସି କହନ୍ତି, ‘ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ ନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’


ମାତ୍ର କଲ୍‍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।”


ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।


ଯେତେବେଳେ ବେଥେଲ୍‍ର ଯାଜକ ଅମତ୍‍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।


ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି।


ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।


ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି।


କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;


କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି।


Lean sinn:

Sanasan


Sanasan