Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 4:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

30 ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ଵାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

30 ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

30 ଆଉ ତୁମ୍ଭେ ଯେତେବେଳେ ବିନଷ୍ଟ ହେବ ସେତେବେଳେ ତୁମ୍ଭେ କ’ଣ କରିବ? ତୁମ୍ଭେ କାହିଁକି ଲାଲ ରଙ୍ଗର ବସ୍ତ୍ର ପିନ୍ଧୁଛ ଓ ସୁବର୍ଣ୍ଣ ଅଳଙ୍କାରରେ ନିଜକୁ ଭୂଷିତା କରୁଛ? ତୁମ୍ଭେ ବୃଥାରେ ନିଜର ଚକ୍ଷୁରେ ଅଞ୍ଜନ ଦେଇ ନିଜକୁ ସଜାଇଛ ଓ ସୁନ୍ଦର କରୁଅଛ। କାରଣ ଜାରପୁରୁଷମାନେ ମଧ୍ୟ ତୁମ୍ଭକୁ ଘୃଣା କରୁଛନ୍ତି ଓ ତୁମ୍ଭ ପ୍ରାଣ ବିନାଶ କରିବାକୁ ଚେଷ୍ଟା କରୁଛନ୍ତି।

Faic an caibideil Dèan lethbhreac




ଯିରିମୀୟ 4:30
27 Iomraidhean Croise  

ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍‍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।


ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।


ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ।


ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?


ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ‘ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା?’”


ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?


ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?


ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।”


ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରିଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ।


ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।


ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।


ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେହି ସବୁ ପ୍ରସ୍ତୁତ ହୋଇଥିଲା।


ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, ‘ମୁଁ ଈଶ୍ୱର?’ ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ।


ତୁମ୍ଭର ସହାୟ ସମସ୍ତ ଲୋକ ତୁମ୍ଭକୁ ତୁମ୍ଭ ବାଟରେ ଆଣି ସୀମାରେ ପହଞ୍ଚାଇ ଅଛନ୍ତି; ଯେଉଁମାନେ ତୁମ୍ଭର ମିତ୍ର ଥିଲେ, ସେମାନେ ତୁମ୍ଭକୁ ପ୍ରବଞ୍ଚନା କରି ପରାଭବ କରିଅଛନ୍ତି; ଯେଉଁମାନେ ତୁମ୍ଭର ଅନ୍ନ ଭୋଜନ କରନ୍ତି, ସେମାନେ ତୁମ୍ଭ ତଳେ ଫାନ୍ଦ ପାତିଅଛନ୍ତି; ଇଦୋମରେ କିଛି ବୁଦ୍ଧି ନାହିଁ।


ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;


ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ।


ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି।


ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;


Lean sinn:

Sanasan


Sanasan