Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 40:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍‍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଫେରିଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଯିରିମୀୟ ଫେରି ନ ଯାଉଣୁ ସେ ତାଙ୍କୁ କହିଲା, ତେବେ ତୁମ୍ଭେ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ନିକଟକୁ ଫେରି ଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ। ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍‍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଫେରି ଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ଅଥବା ତୁମ୍ଭେ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟ ନିକଟକୁ ଫେରିଯାଅ। ବାବିଲର ରାଜା ତାକୁ ଯିହୁଦାର ଶାସନକର୍ତ୍ତା ରୂପେ ନିଯୁକ୍ତ କରିଅଛି। ତୁମ୍ଭେ ତାଙ୍କ ସହିତ ବାସ କର କିଅବା ଯେକୌଣସି ସ୍ଥାନକୁ ଯିବାକୁ ଇଚ୍ଛା କରୁଛ ସେ ସ୍ଥାନକୁ ଯାଅ।” ତା'ପରେ ନବୂଷରଦନ୍ ଯିରିମିୟଙ୍କୁ କିଛି ଖାଦ୍ୟ ଓ ପାରିତୋଷିକ ଦେଇ ବିଦାୟ କଲେ।

Faic an caibideil Dèan lethbhreac




ଯିରିମୀୟ 40:5
24 Iomraidhean Croise  

ପୁଣି ରାଜା ଯୋଶୀୟ ହିଲ୍‍କୀୟ ଯାଜକକୁ ଓ ଶାଫନ୍‍ର ପୁତ୍ର ଅହୀକାମକୁ ଓ ମୀଖାୟର ପୁତ୍ର ଅକ୍‍‌‌ବୋରକୁ ଓ ଶାଫନ୍‍ ଲେଖକଙ୍କୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ,


ତହିଁରେ ହିଲ୍‍କୀୟ ଯାଜକ ଓ ଅହୀକାମ୍‍ ଓ ଅକ୍‍‌‌ବୋର ଓ ଶାଫନ୍‍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍‍ବର ପୁତ୍ର ଶଲ୍ଲୁମ୍‍ର ଭାର୍ଯ୍ୟା ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ।


ପୁଣି, ରାଜା ହିଲ୍‍କୀୟକୁ ଓ ଶାଫନ୍‍ର ପୁତ୍ର ଅହୀକାମକୁ ଓ ମୀଖାର ପୁତ୍ର ଅବ୍‍ଦୋନ୍‍କୁ ଓ ଶାଫନ୍‍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,


ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,


ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।


ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।


ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ କାରଣ ପରମେଶ୍ୱର ନମ୍ର ଲୋକକୁ ରକ୍ଷା କରିବେ।


ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।


ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।


ସଦାପ୍ରଭୁ କହିଲେ, “ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା; ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା।


ମାତ୍ର ଶାଫନ୍‍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।


ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।


ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”


ଏଥିଉତ୍ତାରେ ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ।


କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍‍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।


ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ।


ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅସ୍ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ।


କିନ୍ତୁ ଶତ-ସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ି ପ୍ରଥମେ ସ୍ଥଳକୁ ଯାଆନ୍ତୁ,


ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ।


ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”


Lean sinn:

Sanasan


Sanasan