Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 42:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍‍, ଅବଶିଷ୍ଟ ଏହି ସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍, ଅବଶିଷ୍ଟ ଏହିସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ଵଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 “ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍‍, ଅବଶିଷ୍ଟ ଏହିସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ସେ ସମସ୍ତ ଲୋକ ତାଙ୍କୁ କହିଲେ, “ହେ ଯିରିମିୟ, ଆମ୍ଭେମାନେ ତୁମ୍ଭକୁ ନିବେଦନ କରୁଛୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଅର୍ଥାତ୍ ଯିହୁଦାର ଏହି ଅବଶିଷ୍ଟ ଲୋକଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର। କାରଣ ତୁମ୍ଭେ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛ। ଆମ୍ଭେମାନେ ଅନେକ ଥିଲୁ, ଏବେ ଆମ୍ଭେ ଅଳ୍ପମାତ୍ର ଅଛୁ।

Faic an caibideil Dèan lethbhreac




ଯିରିମୀୟ 42:2
34 Iomraidhean Croise  

ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋʼ ପାଇଁ ପ୍ରାର୍ଥନା କର।” ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।


ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।


ତହୁଁ ଫାରୋ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି, ଆମ୍ଭ ନିମନ୍ତେ ପ୍ରାର୍ଥନା କର।”


ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳାବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।”


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ।


ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”


ତୁମ୍ଭେ ଅନେକ ବିଷୟ ଦେଖୁଅଛ, ମାତ୍ର ମନୋଯୋଗ କରୁ ନାହଁ; ତାହାର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।


ସଦାପ୍ରଭୁ କହିଲେ, “ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା; ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା।


ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, ‘ତୁମ୍ଭେ ଆମ୍ଭର ପିତା’ ଓ ପଥରକୁ କହନ୍ତି, ‘ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,’ ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, ‘ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।’


“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।


ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ଡ କୋପର କଥା କହିଅଛନ୍ତି।”


ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ।”


ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇ କହିଲା, “ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।”


ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, “ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋʼ ଠାରୁ କିଛି ଗୋପନ କରିବ ନାହିଁ।”


ତହିଁରେ କାରେହର ପୁତ୍ର ଯୋହାନନ୍‍ ମିସ୍ପାରେ ଗଦଲୀୟଙ୍କୁ ଗୋପନରେ କହିଲା, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?”


ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’


ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି! ସେ କିପରି ବିଧବା ତୁଲ୍ୟ ହୋଇଅଛି! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି!


ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୂନ ହେବାକୁ ଲାଗିଲେଣି।


ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।


ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”


ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ।


ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ।


ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ।


ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।


ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।


ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।


ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।”


ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।


ପୁଣି, ଇସ୍ରାଏଲ-ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ।”


Lean sinn:

Sanasan


Sanasan