Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 44:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍‍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

17 ମାତ୍ର ଆମ୍ଭମାନଙ୍କ ମୁଖରୁ ଯେପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

17 ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍‍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

17 ଆମ୍ଭେ ନିଶ୍ଚିତ କରିବୁ ଯେହେତୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହରେ ଓ ଯିରୁଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭେମାନେ ପେୟନୈବେଦ୍ୟ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇଲୁ ଏବଂ ସୁଖରେ ଥିଲୁ। କୌଣସି ଅମଙ୍ଗଳ ଆମ୍ଭ ପ୍ରତି ଘଟି ନ ଥିଲା।

Faic an caibideil Dèan lethbhreac




ଯିରିମୀୟ 44:17
32 Iomraidhean Croise  

ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ।


କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।


କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ନିକଟରେ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ।


ପୁଣି, ଆମ୍ଭମାନଙ୍କ ରାଜାଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ୱାରା ସେମାନଙ୍କୁ ଚେତାବନୀ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି।


ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।


ସେମାନେ କହନ୍ତି, “ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?”


ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”


ଏଥିପାଇଁ ଆମ୍ଭେ ପ୍ରାଚୀନ କାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, ଆମ୍ଭର ଦେବତା ଏହା କରିଅଛି, ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।


ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।


ତହୁଁ ଯିହୁଦାର ନଗରସମୂହ ଓ ଯିରୂଶାଲମ ନିବାସୀଗଣ ଯେଉଁ ଦେବଗଣ ନିକଟରେ ଧୂପ ଜ୍ୱଳାନ୍ତି, ସେମାନଙ୍କ ନିକଟକୁ ଯାଇ ଆର୍ତ୍ତସ୍ୱର କରିବେ; ମାତ୍ର ସେମାନେ ସେହି ବିପଦ ସମୟରେ ସେମାନଙ୍କୁ କିଛି ଉଦ୍ଧାର କରିବେ ନାହିଁ।


ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;


ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍‍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍‍ ସ୍ଥାନ ତୁଲ୍ୟ ହେବ।’”


“ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜାଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ୱଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ?


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।


ଯିହୁଦା ଦେଶରେ ଓ ଯିରୂଶାଲମର ସମସ୍ତ ପଥରେ କୃତ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କର ଦୁଷ୍କ୍ରିୟା ଓ ଯିହୁଦା-ରାଜାଗଣର ଦୁଷ୍କ୍ରିୟା ଓ ସେମାନଙ୍କ ଭାର୍ଯ୍ୟାଗଣର ଦୁଷ୍କ୍ରିୟା, ଆଉ ତୁମ୍ଭମାନଙ୍କର ନିଜର ଦୁଷ୍କ୍ରିୟା ଓ ତୁମ୍ଭମାନଙ୍କର ଭାର୍ଯ୍ୟାଗଣର ଦୁଷ୍କ୍ରିୟା କି ତୁମ୍ଭେମାନେ ପାସୋରିଅଛ?


ସେମାନେ ଯିହୁଦାର ନଗର ଓ ଯିରୂଶାଲମର ସଡ଼କସବୁରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁ ନାହଁ?


ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।


ପୁଣି, ‘ଆମ୍ଭେମାନେ କାଷ୍ଠ ଓ ପ୍ରସ୍ତରର ସେବା କରି ଅନ୍ୟଦେଶୀୟମାନଙ୍କର ଓ ନାନା ଦେଶ ନିବାସୀ ଗୋଷ୍ଠୀମାନଙ୍କ ତୁଲ୍ୟ ହେବା ବୋଲି ଏହି ଯେଉଁ କଥା ତୁମ୍ଭମାନଙ୍କ ମନରେ ଉଠୁଅଛି ଓ ଯାହା ତୁମ୍ଭେମାନେ କହୁଅଛ,’ ତାହା କେବେ ଘଟିବ ନାହିଁ।


ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ।


ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ।


ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।


ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।


କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।


ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ।


ଯାହା ତୁମ୍ଭ ଓଷ୍ଠରୁ ନିର୍ଗତ ହୋଇଅଛି, ତାହା କରିବାକୁ ମନୋଯୋଗ କରିବ; ତୁମ୍ଭେ ଆପଣା ମୁଖରେ ପ୍ରତିଜ୍ଞା କରି ଯେରୂପ ସ୍ୱେଚ୍ଛାଦତ୍ତ ଉପହାର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମାନତ କରିଅଛ, ତଦନୁସାରେ କରିବ।


ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।


ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ


ତହିଁରେ ସେ ତାଙ୍କୁ କହିଲା, “ହେ ଆମ୍ଭର ପିତଃ, ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛ; ତୁମ୍ଭ ମୁଖରୁ ଯାହା ନିର୍ଗତ ହୋଇଅଛି, ତଦନୁସାରେ ମୋʼ ପ୍ରତି କର; କାରଣ ସଦାପ୍ରଭୁ ତୁମ୍ଭ ନିମନ୍ତେ ତୁମ୍ଭ ଶତ୍ରୁ ଅମ୍ମୋନ-ସନ୍ତାନମାନଙ୍କଠାରୁ ପରିଶୋଧ ନେଇଅଛନ୍ତି।”


Lean sinn:

Sanasan


Sanasan