Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 44:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

29 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ତ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ଵରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

29 ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।”

Faic an caibideil Dèan lethbhreac

ପବିତ୍ର ବାଇବଲ

29 ପୁଣି ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପାଇଁ ପ୍ରମାଣ ସ୍ୱରୂପ ହେବ। ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭମାନଙ୍କର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।

Faic an caibideil Dèan lethbhreac




ଯିରିମୀୟ 44:29
14 Iomraidhean Croise  

ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।


ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।


ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।


“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।”


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।


ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା।”


ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହି ସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ? ତେବେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”


ପୁଣି, ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନସ୍ୱରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ।


Lean sinn:

Sanasan


Sanasan