Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 44:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା ଆପଣା ଆପଣା ଦୁଷ୍ଟତାରୁ ଫେରିବା ପାଇଁ, ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଆଉ ଧୂପ ନ ଜ୍ୱଳାଇବା ପାଇଁ କର୍ଣ୍ଣପାତ କଲେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା ଆପଣା ଆପଣା ଦୁଷ୍ଟତାରୁ ଫେରିବା ପାଇଁ, ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଆଉ ଧୂପ ନ ଜ୍ଵଳାଇବା ପାଇଁ କର୍ଣ୍ଣପାତ କଲେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା ଆପଣା ଆପଣା ଦୁଷ୍ଟତାରୁ ଫେରିବା ପାଇଁ, ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଆଉ ଧୂପ ନ ଜ୍ୱଳାଇବା ପାଇଁ କର୍ଣ୍ଣପାତ କଲେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ମାତ୍ର ସେମାନେ ସେମାନଙ୍କର କଥା ଶୁଣିଲେ ନାହିଁ। ସେମାନେ ଆପଣା ଦୁଷ୍କର୍ମରୁ ନିବୃତ୍ତ ହୋଇ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ଧୂପ ନ ଜଳାଇବା ପାଇଁ ଭବିଷ୍ୟ‌ଦ୍‌ବକ୍ତାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ।

Faic an caibideil Dèan lethbhreac




ଯିରିମୀୟ 44:5
18 Iomraidhean Croise  

ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।


ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।


ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;


ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।


ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।


କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍‍, ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।


ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।”


ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।”


ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।


ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍‍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍‍ ସ୍ଥାନ ତୁଲ୍ୟ ହେବ।’”


ଏହିରୂପେ କାରେହର ପୁତ୍ର ଯୋହାନନ୍‍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।


ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍‍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।


ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ।


ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।


Lean sinn:

Sanasan


Sanasan