Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 45:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ, କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ; କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ ? ତାହା ଚେଷ୍ଟା କର ନାହିଁ,’ କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।’”

Faic an caibideil Dèan lethbhreac

ପବିତ୍ର ବାଇବଲ

5 ହେ ବାରୂକ, ତୁମ୍ଭେ ନିଜ ପାଇଁ ମହାନ ବିଷୟ ଖୋଜୁଅଛ। କିନ୍ତୁ ତାହା ଚେଷ୍ଟା କର ନାହିଁ।’ କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା। ମାତ୍ର ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ ଆମ୍ଭେ ସେସବୁ ସ୍ଥାନରେ ତୁମ୍ଭର ପ୍ରାଣ ରକ୍ଷା କରିବା।”’

Faic an caibideil Dèan lethbhreac




ଯିରିମୀୟ 45:5
19 Iomraidhean Croise  

ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।


ଏଥିରେ ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ;


ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?”


ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?


ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।


କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।


ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରିଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ।


କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।


ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।”


ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ।


ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,’ ଏହା ସଦାପ୍ରଭୁ କହନ୍ତି।


“ସଦାପ୍ରଭୁ ଏହି କଥା କହନ୍ତି, ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍‍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।”


କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ, ଏହା ସଦାପ୍ରଭୁ କହନ୍ତି।’”


ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।


ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ।


ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”


Lean sinn:

Sanasan


Sanasan