Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 48:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 “ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଶାପଗ୍ରସ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ଼୍‍ଗ ଅଟକାଏ, ସେ ଶାପଗ୍ରସ୍ତ ହେଉ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ଯଦି ଜଣେ ସଦାପ୍ରଭୁଙ୍କ କଥା ପାଳନ ନ କରେ ଓ ଯଦି ସେ ସେହି ଲୋକମାନଙ୍କୁ ରକ୍ତପାତ କରିବାକୁ ‌‌ଖ‌ଡ଼୍‌ଗ ବ୍ୟବହାର ନ କରେ ତେବେ ସେ ଶାପଗ୍ରସ୍ତ ହେଉ।

Faic an caibideil Dèan lethbhreac




ଯିରିମୀୟ 48:10
15 Iomraidhean Croise  

ତହୁଁ ରାଜା ନିକଟ ଦେଇ ଯିବା ବେଳେ ସେ ଡାକ ପକାଇ ରାଜାଙ୍କୁ କହିଲା; “ଆପଣଙ୍କ ଦାସ ବାହାରି ଯୁଦ୍ଧ ମଧ୍ୟକୁ ଯାଇଥିଲା; ଆଉ ଦେଖନ୍ତୁ, ଜଣେ ମନୁଷ୍ୟ ମୋʼ ପାଖକୁ ଫେରି ଏକ ଲୋକକୁ ଆଣି କହିଲା, ‘ଏ ଲୋକକୁ ରଖ; ଯେବେ କୌଣସି ରୂପେ ତାହାର ସନ୍ଧାନ ନ ମିଳେ, ତେବେ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ, ନୋହିଲେ ତୁମ୍ଭେ ଏକ ତାଳନ୍ତ ରୂପା ଦେବ।’


ମାତ୍ର ଆପଣଙ୍କ ଦାସ ଏଣେତେଣେ କାର୍ଯ୍ୟରେ ବ୍ୟସ୍ତ ହେବା ବେଳେ ସେ ଚାଲିଗଲା।” ତହିଁରେ ଇସ୍ରାଏଲର ରାଜା ତାହାକୁ କହିଲେ, “ତୁମ୍ଭର ସେହି ପ୍ରକାର ଦଣ୍ଡ ହେବ; ତୁମ୍ଭେ ଆପେ ତାହା ନିଷ୍ପତ୍ତି କରିଅଛ।”


ପୁଣି, ଭବିଷ୍ୟଦ୍‍ବକ୍ତା ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ନିଯୁକ୍ତ କରିଥିଲୁ, ତୁମ୍ଭେ ତାହାକୁ ଆପଣା ହସ୍ତରୁ ଛାଡ଼ି ଦେଇଅଛ, ‘ଏହେତୁ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ ଓ ତାହାର ଲୋକଙ୍କ ବଦଳେ ତୁମ୍ଭ ଲୋକମାନେ ଯିବେ।’”


ଏଥିରେ ପରମେଶ୍ୱରଙ୍କ ଲୋକ ତାଙ୍କ ପ୍ରତି କ୍ରୁଦ୍ଧ ହୋଇ କହିଲେ, “ତୁମ୍ଭେ ତ ପାଞ୍ଚ କି ଛଅ ଥର ଆଘାତ କରିଥାʼନ୍ତ; ତାହା କରିଥିଲେ, ତୁମ୍ଭେ ଅରାମକୁ ନିଃଶେଷ କରିବା ପର୍ଯ୍ୟନ୍ତ ଆଘାତ କରିଥାʼନ୍ତ; ମାତ୍ର ଏବେ ତୁମ୍ଭେ କେବଳ ତିନି ଥର ଅରାମକୁ ଆଘାତ କରିବ।”


ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା ବିଷୟକ ଆମ୍ଭର ଶପଥ ଆଜିକାର ନ୍ୟାୟ ସିଦ୍ଧ କରିବା ନିମନ୍ତେ,


ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।


ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର? ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି।”


ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍‍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି।


ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।


ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”


ସଦାପ୍ରଭୁଙ୍କ ଦୂତ କହିଲେ, ‘ତୁମ୍ଭେମାନେ ମେରୋସକୁ ଶାପ ଦିଅ,’ ‘ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।’


ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”


ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରି ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ।


Lean sinn:

Sanasan


Sanasan