Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 48:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

33 ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ତସବୁ ଦ୍ରାକ୍ଷାରସଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

33 ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

33 ମୋୟାବର ବିଶାଳ ଦ୍ରାକ୍ଷାକ୍ଷେତ୍ରରୁ ଆନନ୍ଦ ଉଲ୍ଲାସ ଦୂରୀଭୂତ ହୋଇଅଛି। ପୁଣି ମୁଁ ଦ୍ରାକ୍ଷାକୁଣ୍ଡଗୁଡ଼ିକୁ ଦ୍ରାକ୍ଷାରସ ଶୂନ୍ୟ କରିଅଛି। ଆଉ ଆଗକୁ କେହି ଆନନ୍ଦ ଉଲ୍ଲାସରେ ଦ୍ରାକ୍ଷା ମର୍ଦ୍ଦନ କରିବ ନାହିଁ। ଆନନ୍ଦଧ୍ୱନି ଲୋପ ପାଇବ।

Faic an caibideil Dèan lethbhreac




ଯିରିମୀୟ 48:33
13 Iomraidhean Croise  

କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”


ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।


ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,


ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ?


ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।


ପୁଣି, ଦ୍ରାକ୍ଷାକ୍ଷେତ୍ର ସକଳରେ ହାହାକାର ଶବ୍ଦ ହେବ;” “କାରଣ ଆମ୍ଭେ ତୁମ୍ଭର ମଧ୍ୟଦେଇ ଗମନ କରିବା।” ଏହା ସଦାପ୍ରଭୁ କହନ୍ତି।


ସେହି ସକଳ ସମୟରେ କେହି କୋଡ଼ିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡ଼ିଏ ପାତ୍ର ହେଲା।


Lean sinn:

Sanasan


Sanasan