Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 48:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

41 କରୀୟୋତ୍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍ ଆକ୍ରା; ହେଲା, ଆଉ ସେଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

41 କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

41 ମୋୟାବ ଅଧିକୃତ ହେବ, ତା'ର ଦୃଢ଼ ଦୁର୍ଗସବୁ ହସ୍ତଗତ ହେବ। ଆଉ ସେତେବେଳେ ମୋୟାବର ବୀର ସୈନିକମାନଙ୍କର ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତ ସ୍ତ୍ରୀମାନଙ୍କ ଅନ୍ତଃକରଣ ସଦୃଶ ହେବ।

Faic an caibideil Dèan lethbhreac




ଯିରିମୀୟ 48:41
16 Iomraidhean Croise  

ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।


ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।


କୌଣସି ପୁରୁଷର ପ୍ରସବବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?


କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ଛିତ ହେଲା।”


ପୁଣି ସଦାପ୍ରଭୁ କହନ୍ତି, “ସେହି ଦିନ ରାଜାର ହୃଦୟ ଓ ଅଧିପତିଗଣର ହୃଦୟ କ୍ଷୟ ପାଇବ ଓ ଯାଜକଗଣ ଚମତ୍କୃତ ହେବେ ଓ ଭବିଷ୍ୟଦ୍‍ବକ୍ତାମାନେ ବିସ୍ମୟାପନ୍ନ ହେବେ।”


କରୀୟୋଥ୍‍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ ବିଚାରଦଣ୍ଡ ଉପସ୍ଥିତ ହୋଇଅଛି।


ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”


ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବକାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।


ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।


ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।


ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।


ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।


ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥ୍‍ ନଗରର ଅଟ୍ଟାଳିକାସବୁ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ;


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


Lean sinn:

Sanasan


Sanasan