Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 49:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନସ୍ଥାନ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

13 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ

13 ଆଉ ସଦାପ୍ରଭୁ କହନ୍ତି, “ଆମ୍ଭେ ନିଜ ନାମରେ ଶପଥ କରିଅଛୁ, ବସ୍ରା ଧ୍ୱଂସ ପାଇବ। ସେହି ନଗର ଏକ ପ୍ରସ୍ତର ଗଦାରେ ପରିଣତ ହେବ। ତାହା ଅନ୍ୟ ଦୃଷ୍ଟିରେ ବିସ୍ମୟ ଓ ନିନ୍ଦାର ପାତ୍ର ହେବ। ସେହି ନଗରଗୁଡ଼ିକ ଚିରକାଳ ଧ୍ୱଂସସ୍ଥାନ ହେବ।”

Faic an caibideil Dèan lethbhreac




ଯିରିମୀୟ 49:13
21 Iomraidhean Croise  

“ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;


ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ରାଜତ୍ୱ କଲା।


ଯେତେବେଳେ ବେଲାଙ୍କ ମୃତ୍ୟୁୁ ହେଲା, ଆଉ ବେଲାଙ୍କ ମୃତ୍ୟୁୁ ହୁଅନ୍ତେ ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ତାଙ୍କର ପଦରେ ରାଜ୍ୟ କଲେ।


ସଦାପ୍ରଭୁଙ୍କ ଖଡ୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।


ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ‘ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।’


ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? “ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”


ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍‍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।


ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍‍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍‍ ଶବ୍ଦ କରିବ।


ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, ‘ପ୍ରଭୁ ସଦାପ୍ରଭୁ ଜୀବିତ’ ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ।


କରୀୟୋଥ୍‍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ ବିଚାରଦଣ୍ଡ ଉପସ୍ଥିତ ହୋଇଅଛି।


ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”


ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।


ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।


ମାତ୍ର ଆମ୍ଭେ ତୈମନ୍‍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”


ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା।”


ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।


Lean sinn:

Sanasan


Sanasan