Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 49:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହର ନ୍ୟାୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ସଦାପ୍ରଭୁ କହନ୍ତି, “ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

18 ସଦୋମ ଓ ହମୋରାର ଏବଂ ନିକଟସ୍ଥ ନଗରୀ ଉତ୍ପାଟିତ ହେଲାପରି ତୁମ୍ଭର ମଧ୍ୟ ହେବ। କୌଣସି ଲୋକ ସେଠାରେ ବାସ କରିବ ନାହିଁ କିଅବା କୌଣସି ଶିଶୁ ସେଠାରେ ଜନ୍ମ ହେବ ନାହିଁ।”

Faic an caibideil Dèan lethbhreac




ଯିରିମୀୟ 49:18
16 Iomraidhean Croise  

ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।


ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତକାଳ ତାହାର ମଧ୍ୟଦେଇ କେହି ଗମନ କରିବ ନାହିଁ।


ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”


ପୁଣି, ହାସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।”


ସଦାପ୍ରଭୁ କହନ୍ତି, ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।


“ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।”


ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, “ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ, ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ।”


ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;


ଅର୍ଥାତ୍‍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);


ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,


ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।


Lean sinn:

Sanasan


Sanasan