Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 49:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

19 ଦେଖ, ସେ ଦୃଢ଼ ନିବାସ-ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ-ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ? ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?

Faic an caibideil Dèan lethbhreac

ଓଡିଆ ବାଇବେଲ

19 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି ? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି ?

Faic an caibideil Dèan lethbhreac

ପବିତ୍ର ବାଇବଲ

19 “ଏବଂ ଯର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାୟୀ ଗ୍ଭରଣଭୂମିରେ ଥିବା ସେହିମାନଙ୍କୁ ଦୂର କରି ଦେବା ପାଇଁ ଆସିବା ପରି, ଆମ୍ଭେ ହଠାତ୍ ସେମାନଙ୍କ ସ୍ଥାନରୁ ଇଦୋମକୁ ଅନୁଧାବନ କରିବା। ଆଉ ଆମ୍ଭର ମନୋନୀତ ଲୋକ ତାହା ଉପରେ ଶାସନ କରିବା ପାଇଁ ଆମ୍ଭେ ନିଯୁକ୍ତ କରିବା। କାରଣ ମୋ’ ପରି କିଏ ଅଛି? ଏପରି ପାଳକ କେହି ଅଛି, ଯିଏ କି ଆମ୍ଭ ସମ୍ମୁଖରେ ଠିଆ ହେବ?”

Faic an caibideil Dèan lethbhreac




ଯିରିମୀୟ 49:19
28 Iomraidhean Croise  

ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।


ଆଉ ସେ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ତୁମ୍ଭେ କʼଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ? ତୁମ୍ଭେ କʼଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।


ତାହାକୁ ଯେ ଜଗାଇବ, ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?


ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ?


ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ।


ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।


ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?


ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ


କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇପାରେ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର


ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।


ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ?


ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ?


ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ;


“ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳାନ୍ତ କରିଅଛନ୍ତି, ଯଦି ତୁମ୍ଭେ ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କଅଣ କରିବ?


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।


ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?


ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।


ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।


ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।


ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା।


ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।


ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର,


କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇପାରେ?


Lean sinn:

Sanasan


Sanasan