Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 49:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

29 ଲୋକମାନେ ସେମାନଙ୍କର ତମ୍ଵୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଉଷ୍ଟ୍ରଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ଚତୁର୍ଦ୍ଦିଗରେ ଆଶଙ୍କା ବୋଲି ଉଚ୍ଚ ସ୍ଵରରେ ସେମାନଙ୍କୁ କହିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

29 ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚ ସ୍ୱରରେ ସେମାନଙ୍କୁ କହିବେ।”

Faic an caibideil Dèan lethbhreac

ପବିତ୍ର ବାଇବଲ

29 ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲକୁ ନେଇଯିବେ। ସେମାନଙ୍କର ଯବନିକା, ସେମାନଙ୍କର ଯାବତୀୟ ପାତ୍ର ଓ ଓଟ ପଲକୁ ସେମାନେ ନିଜ ପାଇଁ ନେଇଯିବେ। ଆଉ ‘ସେମାନଙ୍କ ଚତୁର୍ଦ୍ଦିଗରେ ଆଶଙ୍କା ବୋଲି’ ସେମାନେ ଉଚ୍ଚସ୍ୱରରେ କହିବେ।”

Faic an caibideil Dèan lethbhreac




ଯିରିମୀୟ 49:29
21 Iomraidhean Croise  

ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।


ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।


ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ।


କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଂକଳ୍ପ କଲେ।


ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।


କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍‍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା।


ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ।


ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍‍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।


ଆମ୍ଭେ ସେମାନଙ୍କୁ ଉଦ୍‍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି।


ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବକାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।


ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ।


ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।


ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।


ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;


କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ।


କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।


ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।


ତହିଁରେ ସେବହ ଓ ସଲମୁନ୍ନ କହିଲେ, “ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ।” ଏଉତ୍ତାରେ ଗିଦିୟୋନ୍‍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।


ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା।


Lean sinn:

Sanasan


Sanasan