ଯିରିମୀୟ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେମାନେ ତାହାର ପ୍ରାଚୀର ଉପରକୁ ଯାଇ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ। Faic an caibideilଓଡିଆ ବାଇବେଲ10 ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ। Faic an caibideilପବିତ୍ର ବାଇବଲ10 “ତୁମ୍ଭେମାନେ ପ୍ରାଚୀର ଉପରକୁ ଯାଇ ଦ୍ରାକ୍ଷାଲତାର ଶାଖାସବୁ କାଟି ପକାଅ। ମାତ୍ର ସେଗୁଡ଼ିକୁ ସମ୍ପୂର୍ଣ୍ଣ ବିନାଶ କର ନାହିଁ, କାରଣ ସେ ସବୁ ସଦାପ୍ରଭୁଙ୍କର ନୁହେଁ।” Faic an caibideil |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।
ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”