Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 5:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା-ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ଵାସ କରିଅଛ, ସେସବୁକୁ ସେମାନେ ଖଡ଼୍‍ଗରେ ନିପାତ କରିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

17 ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

17 ସେମାନେ ତୁମ୍ଭମାନଙ୍କର ସଂଗୃହୀତ ଶସ୍ୟ ଓ ରୋଟୀ ଭକ୍ଷ୍ୟଣ କରିବେ। ସେମାନେ ତୁମ୍ଭମାନଙ୍କ ପୁତ୍ରକନ୍ୟା ଗଣଙ୍କୁ ଭକ୍ଷ୍ୟଣ କରିବେ। ସେମାନେ ସେମାନଙ୍କର ମେଷ ଓ ଗାଈ ଗୁଡ଼ିକ ଭକ୍ଷ୍ୟଣ କରିବେ। ସେମାନେ ମଧ୍ୟ ତୁମ୍ଭମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ଗ୍ରାସ କରିବେ। ଆଉ ତୁମ୍ଭେମାନେ ଯେଉଁ ସୁଦୃଢ଼ ନଗର ଉପରେ ବିଶ୍ୱାସ କରିଅଛ, ସେମାନେ ସେହିସବୁକୁ ‌‌ଖ‌ଡ଼୍‌ଗରେ ଧ୍ୱଂସ କରିବେ।”

Faic an caibideil Dèan lethbhreac




ଯିରିମୀୟ 5:17
25 Iomraidhean Croise  

ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।


ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ।


ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳ ପର୍ଯ୍ୟନ୍ତ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।


କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।


ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶବ୍ଦ ହେଉଅଛି।


ମୁଁ ଅନାଇଲି, ଆଉ ଦେଖ, ସଦାପ୍ରଭୁଙ୍କ ଛାମୁରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧ ସମ୍ମୁଖରେ ଉର୍ବରା କ୍ଷେତ୍ର, ମରୁଭୂମି ଓ ତହିଁର ନଗରସକଳ ଭଗ୍ନ ହୋଇଥିଲା।


ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।


ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।


ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍‍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।


ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣାମାନଙ୍କର ପୂର୍ବପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।’


ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”


“ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;


ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୂର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।


ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍‍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।


ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି;


ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।


କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀର-ବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସକଳ ଗ୍ରାସ କରିବ।


ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ।


ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।


ଆମ୍ଭେ ଗୋଷ୍ଠୀଗଣକୁ ଉଚ୍ଛିନ୍ନ କରିଅଛୁ, ସେମାନଙ୍କର ଦୁର୍ଗସକଳ ଧ୍ୱଂସିତ ହୋଇଅଛି; ଆମ୍ଭେ ସେମାନଙ୍କର ପଥସକଳ ଧ୍ୱଂସ କରିଅଛୁ, ତାହା ଦେଇ କେହି ଗମନାଗମନ କରେ ନାହିଁ; ସେମାନଙ୍କର ନଗରସକଳ ଏପରି ବିନଷ୍ଟ ହୋଇଅଛି ଯେ, ତହିଁରେ କୌଣସି ମନୁଷ୍ୟ ଓ ବାସକାରୀ କେହି ନାହିଁ।


ଇଦୋମ କହୁଅଛି, “ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଦେଶ ଓ ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।”


ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ।


Lean sinn:

Sanasan


Sanasan