Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ସଦାପ୍ରଭୁ କହନ୍ତି, ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

18 ମାତ୍ର ସଦାପ୍ରଭୁ କହନ୍ତି, “ହେ ଯିହୁଦା ଏପରିକି ଯେତେବେଳେ ସେହି ଭୟଙ୍କର ସମୟ ଆସିବ, ଆମ୍ଭେ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବା ନାହିଁ।

Faic an caibideil Dèan lethbhreac




ଯିରିମୀୟ 5:18
10 Iomraidhean Croise  

କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ।


ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।


ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”


ଆଉ, ତୁମ୍ଭେମାନେ ଯେତେବେଳେ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।’”


ପୁଣି, ମୁଁ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା। ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ୱରରେ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ?”


ତଥାପି ସେମାନଙ୍କୁ ବିନାଶ କରିବା ପାଇଁ ଆମ୍ଭର ଲଜ୍ଜ୍ୟା ହେଲା, ଏଣୁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କଲୁ ନାହିଁ।


ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ?”


ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳ ସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।


Lean sinn:

Sanasan


Sanasan