Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 5:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ଵାରା ଯାଜକମାନେ କର୍ତ୍ତୃତ୍ଵ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?

Faic an caibideil Dèan lethbhreac

ଓଡିଆ ବାଇବେଲ

31 ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?

Faic an caibideil Dèan lethbhreac

ପବିତ୍ର ବାଇବଲ

31 ଭବିଷ୍ୟ‌ଦ୍‌ବକ୍ତାମାନେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି ଓ ସେମାନଙ୍କ ନିର୍ଦ୍ଦେଶାନୁସାରେ ଯାଜକମାନେ କାର୍ଯ୍ୟ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହେବାକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶେଷରେ ଦଣ୍ଡ ସମୟରେ କ’ଣ କରିବେ?

Faic an caibideil Dèan lethbhreac




ଯିରିମୀୟ 5:31
37 Iomraidhean Croise  

ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍‍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”


କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ।


ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?


ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ‘ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା?’”


ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?


ତୁମ୍ଭର ଆଦିପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି।


ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା;” ଏହେତୁ ତୁମ୍ଭେ ଏହିସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।


କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, “ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।”


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ।


ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍‍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।


ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ;


ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି’ ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,


‘ସଦାପ୍ରଭୁ ଏହି କଥା କହନ୍ତି’ ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି, ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।


ଯେଉଁ ଦିନ ଆମ୍ଭେ ତୁମ୍ଭଠାରୁ ନିକାଶ ନେବା, ସେହି ଦିନ ତୁମ୍ଭ ଅନ୍ତଃକରଣ କି ସହି ପାରିବ, ଅବା ତୁମ୍ଭର ହସ୍ତ କି ସବଳ ହୋଇ ପାରିବ? ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଏହା ସିଦ୍ଧ କରିବା।


ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।


ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।


ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?


ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।


ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, “ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ ନାହିଁ” ତେବେ ଅପମାନ ଘୁଞ୍ଚିବ ନାହିଁ।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”


ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।


ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା,” “ସେମାନଙ୍କର ଶେଷ ଦଶା କʼଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ।


ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।


Lean sinn:

Sanasan


Sanasan