Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 50:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ହେ ଆମ୍ଭର ଅଧିକାର ଅପହାରକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ଵ ପରି ନାସାଶଦ୍ଦ କରୁଅଛ;

Faic an caibideil Dèan lethbhreac

ଓଡିଆ ବାଇବେଲ

11 “ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ;

Faic an caibideil Dèan lethbhreac

ପବିତ୍ର ବାଇବଲ

11 “ହେ ବାବିଲ, ତୁମ୍ଭେ ମୋର ସମ୍ପତ୍ତିର ଲୁଣ୍ଠନ କରିଛ। ତୁମ୍ଭେମାନେ ଆନନ୍ତ ଓ ଉଲ୍ଲାସ କରୁଅଛ। ତୁମ୍ଭେମାନେ ଶସ୍ୟ ମର୍ଦ୍ଦନକାରୀ ବଳଦ ସଦୃଶ କୁଦା ମାରୁଛ ଓ ବଳବାନ୍ ଅଶ୍ୱପରି ହେସ୍ରାରାବ କରୁଅଛ।

Faic an caibideil Dèan lethbhreac




ଯିରିମୀୟ 50:11
32 Iomraidhean Croise  

ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।


ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ।


ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।


ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,”


ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା।


ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ; ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି।


ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।


ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।


ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ।


ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍‍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।


ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।


ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋʼ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।


ଇସ୍ରାଏଲ ବଂଶର ଅଧିକାର ଧ୍ୱଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ୱଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ।”


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;


ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟମର୍ଦ୍ଦନ କରିବାକୁ ଭଲ ପାଏ; ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ; ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକୁ ବସାଇବା; ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ।


“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’


ମାତ୍ର ତୁମ୍ଭେ ଆପଣା ଭ୍ରାତାର ଦିନ ପ୍ରତି, ଅର୍ଥାତ୍‍, ତାହାର ଦୁର୍ଦ୍ଦଶା ଦିନ ପ୍ରତି ଅନାଅ ନାହିଁ ଓ ଯିହୁଦା ଲୋକମାନଙ୍କର ବିନାଶ ଦିନରେ ସେମାନଙ୍କ ବିଷୟରେ ଆନନ୍ଦ କର ନାହିଁ; କିଅବା ସଙ୍କଟ ଦିନରେ ଦର୍ପ କଥା କୁହ ନାହିଁ।


ସେ ସମସ୍ତଙ୍କୁ ବନଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ।


ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମହାମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ୱା କ୍ଷୟ ପାଇବ।


ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।


Lean sinn:

Sanasan


Sanasan