ଯିରିମୀୟ 50:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର। Faic an caibideilପବିତ୍ର ବାଇବଲ (Re-edited) - (BSI)21 ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍ (ଦ୍ଵିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର। Faic an caibideilଓଡିଆ ବାଇବେଲ21 ସଦାପ୍ରଭୁ କହନ୍ତି, “ତୁମ୍ଭେ ମରାଥୟିମ୍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।” Faic an caibideilପବିତ୍ର ବାଇବଲ21 ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭେ ମରାଥୟିମ୍ ଓ ପକୋଦ ନିବାସୀମାନଙ୍କ ବିରୁଦ୍ଧରେ ଯୁଦ୍ଧ କର। ସେମାନଙ୍କ ପଛେ ପଛେ ଯାଇ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ନିଃଶେଷ କର। ଆମ୍ଭର ଆଜ୍ଞାକୁ କହିବାନୁସାରେ ପାଳନ କର। Faic an caibideil |
“ପାରସ୍ୟର ରାଜା କୋରସ୍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”