Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 50:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ସେମାନଙ୍କୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

44 ଦେଖ, ସେ ଦୃଢ଼ ନିବାସ-ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ-ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ସେମାନଙ୍କୁ ଦୂର କରି ଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛିଣ? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ? ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛିଣ?

Faic an caibideil Dèan lethbhreac

ଓଡିଆ ବାଇବେଲ

44 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ସେମାନଙ୍କୁ ଦୂର କରି ଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି ? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି ?

Faic an caibideil Dèan lethbhreac

ପବିତ୍ର ବାଇବଲ

44 ପୁଣି ସଦାପ୍ରଭୁ କହନ୍ତି, “ପୁଣି ଯର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାୟୀ ଗ୍ଭରଣଭୂମିରେ ଥିବା ସେହିମାନଙ୍କୁ ଭୟ ଦେବା ପାଇଁ ଆସିବା ପରି ଆମ୍ଭେ ସେମାନଙ୍କୁ ହଠାତ୍, ସେମାନଙ୍କ ଦେଶରୁ ତଡ଼ିଦେବା। କାହାକୁ ଆମ୍ଭେ ଏଠାରେ ନିଯୁକ୍ତ କରିବା, କାରଣ ମୋ’ ପରି କେହି ନୁହନ୍ତି? ସେଠାରେ ଆମ୍ଭକୁ ପ୍ରତିରୋଧ କରିବା ପାଇଁ କିଏ ଅଛନ୍ତି? ଆମ୍ଭ ସମ୍ମୁଖରେ ଠିଆ ହେଲାପରି ପାଳକ କିଏ ଅଛନ୍ତି?”

Faic an caibideil Dèan lethbhreac




ଯିରିମୀୟ 50:44
18 Iomraidhean Croise  

କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇପାରେ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର


ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।


ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ?


ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ?


ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ?


ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।


ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ, ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।


ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।


ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ;


“ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍‍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।


“ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳାନ୍ତ କରିଅଛନ୍ତି, ଯଦି ତୁମ୍ଭେ ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କଅଣ କରିବ?


ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।”


ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା।


ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।


Lean sinn:

Sanasan


Sanasan