Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 50:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହାଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହା ଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହା ଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଆମ୍ଭେ ଉତ୍ତର ଦେଶ ବହୁ ଗୋଷ୍ଠୀଙ୍କୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ଆଣିବା। ସେମାନେ ତା’ ବିରୁଦ୍ଧରେ ସଜ୍ଜିତ ହୋଇ ଯୁଦ୍ଧ କରିବେ ଓ ବାବିଲ ସେମାନଙ୍କ ଦ୍ୱାରା ଅଧିକୃତ ହେବ। ସେମାନଙ୍କର ବାଣ ନିପୁଣ ବୀର ପୁରୁଷର ବାଣପରି ହେବ। କୌଣସି ବାଣ ବିଫଳ ହେବ ନାହିଁ।

Faic an caibideil Dèan lethbhreac




ଯିରିମୀୟ 50:9
20 Iomraidhean Croise  

ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ।


ସେମାନେ ସମସ୍ତେ ଖଡ୍ଗଧାରୀ ଓ ଯୁଦ୍ଧରେ ନିପୁଣ; ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ୱ ସ୍ୱ ଖଡ୍ଗ ବନ୍ଧା ଥାଏ।


ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍‍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।


ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।


ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।”


କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”


ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ।


ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।


ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍‍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍‍ ପଶ୍ଚାତ୍‍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।


ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ।


ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।


କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।


ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଂକଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।


Lean sinn:

Sanasan


Sanasan