Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 51:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ଆମ୍ଭେ ବାବିଲକୁ ଓ କଲ୍‍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

24 ପୁଣି, ଆମ୍ଭେ ବାବିଲକୁ ଓ କଲ୍ଦୀୟ ନିବାସୀ-ସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

24 ପୁଣି, ଆମ୍ଭେ ବାବିଲକୁ ଓ କଲ୍‍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା,” ଏହା ସଦାପ୍ରଭୁ କହନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

24 ଆଉ ଆମ୍ଭେ ବାବିଲକୁ ଓ କ‌‌ଲ୍‌‌ଦୀୟ ନିବାସୀ ସମସ୍ତଙ୍କୁ ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟି ଗୋଚରରେ ସେମାନଙ୍କ କୃତ ସମସ୍ତ ଦୁଷ୍କର୍ମର ପ୍ରତିଫଳ ଦେବା।” ଏହା ସଦାପ୍ରଭୁ କହନ୍ତି।

Faic an caibideil Dèan lethbhreac




ଯିରିମୀୟ 51:24
25 Iomraidhean Croise  

ଅନ୍ୟ ଦେଶୀୟମାନେ କାହିଁକି କହିବେ, ସେମାନଙ୍କର ପରମେଶ୍ୱର କାହାନ୍ତି? ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।


“ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍‍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।


ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;


ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବ!


କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”


ପୁଣି, କଲ୍‍ଦୀୟା ଲୁଟିତ ଦ୍ରବ୍ୟ ହେବ, ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ।


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଂକଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।


ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ୱାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା।


ସିୟୋନ ନିବାସିନୀ କହିବ, “ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ” ଓ ଯିରୂଶାଲମ କହିବ, “ମୋʼ ରକ୍ତର ଦାୟ କଲ୍‍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।”


ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ।


କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ।


ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ।


ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”


ପୁଣି, ଭାବବାଦୀମାନଙ୍କର, ସାଧୁମାନଙ୍କର ଓ ପୃଥିବୀରେ ହତ ହୋଇଥିବା ସମସ୍ତଙ୍କର ରକ୍ତ ତାହା ମଧ୍ୟରେ ଦେଖାଯାଇଥିଲା।”


ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?


Lean sinn:

Sanasan


Sanasan